ଗୀତସଂହିତା 50
Odia Holy Bible: Easy-to-Read Version
ଆସଫ୍ର ଗୋଟିଏ ଗୀତ।
50 ସଦାପ୍ରଭୁ ପରମେଶ୍ୱର କହିଛନ୍ତି।
ସେ ପୃଥିବୀର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରନ୍ତି ଏବଂ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ କହନ୍ତି।
2 ପରମ ସୌନ୍ଦର୍ଯ୍ୟମୟୀ [a] ପରମେଶ୍ୱର, ବାକ୍ୟସବୁ ସିୟୋନ ପର୍ବତରେ ଥିବା ମନ୍ଦିରରେ କୁହାଯାଏ।
ସେହି ମନ୍ଦିର ପର୍ବତକୁ ଶୋଭା ମଣ୍ଡିତ କରିଥାଏ।
3 ଆମ୍ଭର ପରମେଶ୍ୱର ଆସୁଛନ୍ତି ଓ ସେ କେବେ ନୀରବରେ ରହିପାରିବେ ନାହିଁ।
ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସେଠାରେ ଏକ ବିରାଟ ଝଡ଼ ତାଙ୍କ ଗ୍ଭରିପାଖରେ ଘୂରି ବୁଲୁଛି।
4 ଆମ୍ଭର ପରମେଶ୍ୱର ଆକାଶ ଓ ପୃଥିବୀକୁ ଡାକି କହିଲେ, ତୁମ୍ଭେ ଶୁଣ,
ମୁଁ ପରମେଶ୍ୱରଙ୍କର ଲୋକମାନଙ୍କର ବିଗ୍ଭର କରିବି।
5 ପରମେଶ୍ୱର କହନ୍ତି, “ମୋର ଅନୁସରଣକାରୀଗଣ, ମୋ’ ଚତୁର୍ପାର୍ଶ୍ୱରେ ଏକତ୍ରିତ ହୁଅ।
ମୋର ଉପାସକଗଣ, ଯେଉଁମାନେ ମୋ’ ସହିତ ଚୁକ୍ତି କଲ, ତୁମ୍ଭେମାନେ ଆସ।”
6 ପରମେଶ୍ୱର ହେଉଛନ୍ତି ବିଗ୍ଭରକର୍ତ୍ତା।
ସ୍ୱର୍ଗ ତାଙ୍କର ନ୍ୟାୟ ପ୍ରିୟତାକୁ ବର୍ଣ୍ଣନା କରେ।
7 ପରମେଶ୍ୱର କହନ୍ତି, “ଇସ୍ରାଏଲର ଅଧିବାସୀଗଣ, ମୋର ଅନୁଗାମୀମାନେ ମୋର କଥା ଶୁଣ,
ମୁଁ ତୁମ୍ଭକୁ ତାହାର ପ୍ରମାଣ ଦେଖାଇବି ଯାହା ତୁମ୍ଭ ବିରୁଦ୍ଧରେ ଯିବ।
ମୁଁ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର।
8 ମୁଁ ତୁମ୍ଭର ବଳିଦାନ ବିଷୟରେ ଅଭିଯୋଗ କରୁ ନାହିଁ,
ତୁମ୍ଭେ ଇସ୍ରାଏଲର ଅଧିବାସୀଗଣ ପ୍ରତିଦିନ ମୋ’ ପାଇଁ ହୋମବଳି ଆଣୁଅଛ, ତୁମ୍ଭେ ତାହାକୁ ମୋତେ ପ୍ରତିଦିନ ଅର୍ପଣ କରୁଅଛ।
9 ମୁଁ ତୁମ୍ଭ ଗୃହରୁ ବଳଦମାନଙ୍କୁ ନେବି ନାହିଁ
କି ମୁଁ ତୁମ୍ଭର ଗୁହାଳରୁ ଛେଳିମାନଙ୍କୁ ନେବି ନାହିଁ।
10 ମୁଁ ସେହି ପଶୁମାନଙ୍କୁ ଗ୍ଭହେଁ ନାହିଁ।
ଜଙ୍ଗଲରେ ଥିବା ସମସ୍ତ ପଶୁମାନେ ମୋର ଅଟନ୍ତି।
ହଜାର ହଜାର ପଶୁ ଯେଉଁମାନେ ପର୍ବତରେ ଥା’ନ୍ତି ସେମାନଙ୍କର ମାଲିକ ମୁଁ ଅଟେ।
11 ମୁଁ ଅତିଉଚ୍ଚ ପର୍ବତରେ ଉଠୁଥିବା ପକ୍ଷୀକୁ ଜାଣେ।
ଖୋଲା ଦେଶ ଭିତରେ ସମସ୍ତ ପଶୁଗୁଡ଼ିକ ବାସ କରୁଥିବା ମୋର ଅଟେ।
12 ମୁଁ ଭୋକିଲା ନୁହେଁ, ଯଦି ମୁଁ ଭୋକିଲା ଥା’ନ୍ତି, କେବେହେଲେ ତୁମ୍ଭକୁ ଖାଦ୍ୟ ମାଗି ନ ଥା’ନ୍ତି।
ମୁଁ ଏହି ପୃଥିବୀର ମାଲିକ ଓ ତହିଁର ପୂର୍ଣ୍ଣତା ମୋର ଅଧୀନ ଅଟେ।
13 ମୁଁ ଷଣ୍ଢର ମାଂସ ଖାଏ ନାହିଁ।
ମୁଁ ଛେଳିର ରକ୍ତ ପିଏ ନାହିଁ।”
14 ସର୍ବୋପରିସ୍ଥ ପରମେଶ୍ୱରଙ୍କଠାରେ ତୁମ୍ଭେ ଯାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ।
ତୁମ୍ଭର ବଳି ଉତ୍ସର୍ଗ କର।
15 ପରମେଶ୍ୱର କହନ୍ତି, “ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡାକ,
ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବୁ ଓ ତା’ପରେ ତୁମ୍ଭେ ଆମ୍ଭର ମହିମା କରିବ।”
16 ପରମେଶ୍ୱର ଦୁଷ୍ଟ ଲୋକମାନଙ୍କୁ କହନ୍ତି,
“ତୁମ୍ଭେ ମୋର ନିୟମ ଓ ବ୍ୟବସ୍ଥା ବିଷୟରେ
ଆଲୋଚନା କରିବା ଠିକ୍ ନୁହେଁ।
17 କାରଣ ତୁମ୍ଭେମାନେ ଆନନ୍ଦିତ ନୁହଁ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ।
ତୁମ୍ଭେମାନେ ମୋର କଥାକୁ ଘୃଣା କର ଓ ତୁମ୍ଭେମାନେ ମୋର କଥାକୁ ଅବଜ୍ଞା କର।
18 ତୁମ୍ଭେ ଗୋଟିଏ ଗ୍ଭେରକୁ ଦେଖ ଓ ତା’ସହ ଦୌଡ଼ିଯାଇ ମିଶିଯାଅ।
ଯେତେବେଳେ ବ୍ୟଭିଗ୍ଭରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ।
19 ତୁମ୍ଭେମାନେ ସର୍ବଦା ମନ୍ଦକାର୍ଯ୍ୟ କର ଓ ମିଥ୍ୟା କୁହ।
20 ତୁମ୍ଭେ ନିରବିଚ୍ଛିନ୍ନ ଭାବରେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କୁହ,
ଏପରିକି ତୁମ୍ଭ ନିଜ ଭ୍ରାତାମାନଙ୍କ ବିଷୟରେ ନିନ୍ଦା କରୁଅଛ।
21 ଅତୀତରେ, ତୁମ୍ଭେ ମନ୍ଦକାର୍ଯ୍ୟ କଲ ମୁଁ ଚୁପ୍ ରହିଲି।
ତୁମ୍ଭେ ଭାବି ନେଇଛ ମୁଁ ମଧ୍ୟ ତୁମ୍ଭମାନଙ୍କ ପରି।
ମୁଁ ଆଉ ନୀରବରେ ରହି ପାରିବି ନାହିଁ।
ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି।
22 ହେ ଲୋକମାନେ ତୁମ୍ଭେ ପରମେଶ୍ୱରଙ୍କୁ ଭୁଲି ଯାଇଛ।
ତେଣୁ ତୁମ୍ଭେମାନେ ଭଲଭାବେ ବୁଝିବା ଉଚିତ୍ ଯେ,
ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦେବି।
ଯଦି ତାହା ଘଟେ ତେବେ ତୁମ୍ଭକୁ କୌଣସି ବ୍ୟକ୍ତି ଉଦ୍ଧାର କରି ପାରିବେ ନାହିଁ।
23 ଯେକେହି ମୋତେ ଧନ୍ୟବାଦାର୍ଥକ ନୈବେଦ୍ୟ ଉତ୍ସର୍ଗ କରେ, ମୋତେ ସମ୍ମାନ ପ୍ରଦର୍ଶନ କରେ
ଏବଂ ଯେକେହି ସତ୍ ମାର୍ଗରେ ଗ୍ଭଲିବାକୁ ନିଷ୍ପତ୍ତି ନିଏ, ସେ ମୋର ରକ୍ଷା କରିବାର ଶକ୍ତି ଦେଖି ପାରିବ।”
Footnotes
- ଗୀତସଂହିତା 50:2 ସୌନ୍ଦର୍ଯ୍ୟମୟୀ “ସିୟୋନରୁ ପରମେଶ୍ୱରଙ୍କର ଝଲକତା ସମ୍ପୂର୍ଣ୍ଣ ରୂପେ ସୁନ୍ଦର ଅଟେ।”
2010 by Bible League International